ପୁଣି ଆସିଛି ରଜ l ରଜ ଦୋଳିର ମଜ୍ଜା ନିଆରା
*ରଜ ଦୋଳି କଟ ମଟ, ମୋ ଭାଇ ମୁଣ୍ଡରେ ସୁନା ମକୂଟ*
*ସୁନା ମକୁଟଲ ଦିଶେ କେଡେ ଝଟ ମଟ*
ରଜ ଓଡ଼ିଶାର ଏକ ପାରମ୍ପାରିକ ଗଣ ପର୍ବ । ଏହା ତିନି ଦିନିଆ ନାରୀତ୍ୱର ପର୍ବ, ଯାହା ବର୍ଷା ଋତୁର ଆରମ୍ଭକୁ ଚିହ୍ନିତ କରିଥାଏ। ଏହା ମହିଳାମାନଙ୍କ ପାଇଁ ବିଶ୍ରାମ ଏବଂ ପୁନର୍ଜୀବନର ସମୟ, ଯେଉଁମାନେ ପାରମ୍ପରିକ ଭାବରେ ଘରକାମରୁ ବିରତି ନିଅନ୍ତି ବୋଲି ବିଶ୍ୱାସ କରାଯାଏ। ଏହି ପର୍ବ ପୃଥିବୀର ନାରୀତ୍ୱର ମଧ୍ୟ ଏକ ଉତ୍ସବ, ଏହି ବିଶ୍ୱାସ ସହିତ ଯେ ଏହି ସମୟରେ ପୃଥିବୀ ଏକ ଋତୁଚକ୍ର ଦେଇ ଗତି କରେ। ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ ।
ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ ।
ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଆଷାଢ ମାସ ଚତୁର୍ମାସ୍ୟା ବ୍ରତର ପ୍ରଥମ ମାସ । ଏ ଚାରି ମାସ ମୁନି ଋଷି ଓ ସାଧବମାନେ ସେମାନଙ୍କ ପରିଭ୍ରମଣ ତ୍ୟାଗ କରି ଏକସ୍ଥାନରେ ନିବିଷ୍ଟ ହୋଇ ସାଧନା କରିଥା'ନ୍ତି । ଏହି ମାସକୁ ଦାମ୍ପତ୍ୟ ଜୀବନର ସର୍ବଶ୍ରେଷ୍ଠ ସମ୍ଭୋଗର ମାସ ବୋଲି ଗ୍ରହଣ କରାଯାଏ । ବିରହ, ବିଧୂର ଯକ୍ଷର ପ୍ରିୟା ଉଦ୍ଦେଶ୍ୟରେ ମେଘ ମାଧ୍ୟମରେ ପ୍ରେରିତ ବାର୍ତ୍ତାକୁ ନେଇ ମହାକବି କାଳିଦାସଙ୍କ ରଚିତ "ମେଘଦୂତ' ମହାକାବ୍ୟ ଏକ ଅନବଦ୍ୟ ସାଂସ୍କୃତିକ ବୌଦ୍ଧିକ ପ୍ରତିଲିିପି ଓ ଇତିକଥା । ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ । ମାଟି ମା' ହୁଏ ରଜସ୍ୱଳା । କୃଷିପ୍ରଧାନ ଦେଶ ଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା' ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ । ମାତୃଜାତି ମଧ୍ୟରେ ଉତ୍ସାହ, ଉନ୍ମାଦନା ଓ ନୂତନ ଶକ୍ତି ଜାଗ୍ରତ କରିବା ପାଇଁ ପାଳନ କରାଯାଇଥାଏ ରଜପର୍ବ । କୁମାରୀମାନଙ୍କ ପାଇଁ ରଜପର୍ବ ହେଉଛି ତାଲିମ ପ୍ରଦାନକାରୀ ପର୍ବ । ଆଷାଢ଼ର ପହିଲି ବର୍ଷାରେ ମାଟି ମା'ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ, ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ । ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ । ଜଣେ ନାରୀଭାବେ ଆଗାମୀ ଦିନରେ କିରି କର୍ତ୍ତବ୍ୟ ସମ୍ପାଦନ କରିବାକୁ ହେବ, ତାହା କୁମାରୀମାନଙ୍କୁ ଶିଖିବାକୁ ପଡ଼ିଥାଏ, ଏହି ରଜ ପର୍ବ ପାଳନ ଅବସରରେ । କୁମାରୀମାନେ ରଜପର୍ବର ମଉଜ ଭିତରେ ଜଣେ ନାରୀର ଚଳଣି, ଆଚାରସଂହିତାକୁ ବିଧିଭାବେ ପାଳିଥାଆନ୍ତି ଏବଂ ଭବିଷ୍ୟତରେ ଯେତେବେଳେ ଝିଅଟିଏ ନାରୀଭୂମିକାରେ ଅବତୀର୍ଣ୍ଣ ହୋଇ କର୍ତ୍ତବ୍ୟ ସମ୍ପାଦନ କରେ, ଏହି ଆଚାରସଂହିତା ତାକୁ ସହାୟ ହୋଇଥାଏ । ରଜ ତିନିଦିନ ଧରି ରଜସ୍ୱଳା ନାରୀଭାବେ ଧରଣୀମାତାକୁ କଷ୍ଟ ନ ଦେଇ ଭୂମି କର୍ଷଣ ନ କରି ବିଶ୍ରାମ ଦେଲାଭଳି କଟା, ବଟା ଆଦି ଗୃହକର୍ମ ନ କରି କୁମାରୀମାନେ ବିଶ୍ରାମ କରନ୍ତି । ଧରଣୀ ମାତା ଶସ୍ୟଶ୍ୟାମଳାପୂର୍ଣ୍ଣ ହେବା ପାଇ ପ୍ରାଥମିକ ପ୍ରସ୍ତୁତି ଭାବେ ରଜ ତିନିଦିନ ବିଶ୍ରାମ ମିଳିଥାଏ ତାଙ୍କୁ । ଠିକ ସେହିପରି ଝିଅବୋହୂମାନଙ୍କ ଭବିଷ୍ୟତ ସାଂସାରିକ ଜୀବନ ସୁଖମୟ କରିବାକୁ ରଜପର୍ବର କଳ୍ପନା କରାଯାଇଛି ।
ରଜ ଦୋଳି ଖେଳ
ଏହି ପର୍ବ ପାଳନ ବେଳରେ ଘରର ଘରଣୀମାନେ ସାଧାରଣ କାମରୁ ଛୁଟି ନେଇ ନାନାଦି ଖେଳରେ ମାତନ୍ତି । ଅଭିଆଡ଼ି ଝିଅମାନେ ଶାଢ଼ୀ ଆଦି ପିନ୍ଧି ରଜ ଦୋଳି ଖେଳ, ପୁଚି ଖେଳ ଆଦିରେ ସମୟ ଅତିବାହିତ କରିଥାନ୍ତି । #odisha #rajospecial #duet #odishalabakuasajanma
Видео ପୁଣି ଆସିଛି ରଜ l ରଜ ଦୋଳିର ମଜ୍ଜା ନିଆରା канала SAMIKSHA NEWS LIVE

Комментарии отсутствуют
Информация о видео
13 июня 2025 г. 17:22:28
00:06:53
Другие видео канала