Life Imprisonment for Punjilal Meher (ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ପୁଞ୍ଜିଲାଲକୁ ଆଜୀବନ ଜେଲ୍)

ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣର ରାୟ ପ୍ରକାଶ ପାଇଛି। ମାମଲାର ଏକମାତ୍ର ଅଭିଯୁକ୍ତ ପୁଞ୍ଜିଲାଲ ମେହେରକୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ପାଟଣାଗଡ଼ ଅତିରିକ୍ତ ଜିଲା ଦୌରାଜଜ୍। ମୃତ୍ୟୁ ଯାଏ ସେ ଜେଲରେ ରହିବେ ବୋଲି ସରକାରୀ ଓକିଲ କହିଛନ୍ତି। ଏହାଛଡ଼ା ତାଙ୍କୁ ୫୦ ହଜାର ଟଙ୍କାର ଜରିମାନା ବି କରାଯାଇଛି।
୨୦୧୮, ଫେବ୍ରୁଆରି ୨୩ରେ ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରୀମା ବାହାଘର ଭୋଜିରେ ମିଳିଥିବା ଉପହାର ପାର୍ସଲ ଖୋଲୁଥିବା ବେଳେ ବିସ୍ଫୋରଣ ଘଟିଥିଲା। ଘଟଣାସ୍ଥଳରେ ସୌମ୍ୟଶେଖରଙ୍କ ଆଇଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ସୌମ୍ୟଶେଖର ଓ ରୀମାଙ୍କୁ ବଲାଙ୍ଗୀର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସୌମ୍ୟଶେଖରଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ରୀମାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣାକୁ ନେଇ ପ୍ରଥମେ ପାଟଣାଗଡ଼ ଥାନା ପୁଲିସ ଫେବ୍ରୁଆରି ୨୩ ତାରିଖରେ ଦଫା ୩୦୨, ୩୦୭ ଏବ˚ ଏକ୍ସପ୍ଲୋସିଭ୍ ସବ୍ଷ୍ଟାନ୍ସ ଆକ୍ଟର ଧାରା ୩ ଓ ୪ରେ ମାମଲା ରୁଜୁ କରିଥିଲା। ମାମଲାକୁ ମାର୍ଚ୍ଚ ୨୩ ତାରିଖରେ କ୍ରାଇମ୍ବ୍ରାଞ୍ଚର ଏସ୍ଆଇଟିକୁ ହସ୍ତାନ୍ତର କରାଯାଇଥିଲା। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଭଇଁସା କଲେଜର ଇ˚ରାଜୀ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮, ଏପ୍ରିଲ ୨୫ରେ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା।
୭ ବର୍ଷର ତଦନ୍ତ ଏବଂ ଆଇନଗତ କସରତ ପରେ ପାର୍ସଲ ବୋମା ବିସ୍ଫୋରଣର ରାୟ ପ୍ରକାଶ ପାଇଲା। ଏହି ଅବଧି ମଧ୍ୟରେ ୬୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ ହୋଇଛି। କ୍ରାଇମ୍ବ୍ରାଞ୍ଚ ୨ ହଜାର ଫର୍ଦ୍ଦର ଚାର୍ଜସିଟ୍ ଦାଖଲ କରିଛି। ତତ୍କାଳୀନ କ୍ରାଇମ୍ବ୍ରାଞ୍ଜ ଏଡିଜି ଅରୁଣ ବୋଥ୍ରା ତଦନ୍ତରେ ସଂପୃକ୍ତ ଥିଲେ। ଏପରିକି ତାଙ୍କ ସାକ୍ଷ୍ୟ ବହୁ ଗୁରୁତ୍ୱବହନ କରୁଥିବା କୁହାଯାଉଛି। ଏହି ବିସ୍ଫୋରଣ ପରେ ମାସେ କାଳ ବଲାଙ୍ଗୀର ପୁଲିସ ମାମଲାର ତଦନ୍ତ ଚଳାଇଥିଲା। ପରେ କ୍ରାଇମବ୍ରାଞ୍ଚ ହାତକୁ ମାମଲା ଯାଇଥିଲା। ମାମଲାର ଖୋଳତାଡ଼ର ମାସେ ପରେ କ୍ରାଇମ୍ବ୍ରାଞ୍ଚ ପୁଞ୍ଜିଲାଲକୁ ଏକମାତ୍ର ଅଭିଯୁକ୍ତ ଭାବେ ଗିରଫ କରିଥିଲା।
ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ୍ ବୋମା ବିସ୍ଫୋରଣର କାହାଣୀକୁ ନେଇ ନିର୍ମିତ ହୋଇଛି ଚଳଚ୍ଚିତ୍ର ‘ମାଇଣ୍ଡ୍ଗେମ୍’। ହିନ୍ଦୀ, ଓଡ଼ିଆ, ସମ୍ବଲପୁରୀ/କୋଶଲି ଆଦି ଭାଷାରେ ନିର୍ମିତ ଏହି ଚର୍ଚ୍ଚିତ ତଥା ବିତର୍କିତ ସିନେମାରେ ମନୋଜ ମିଶ୍ର, ଅତୁଲ କୁଲକର୍ଣ୍ଣୀ, ଯଶପାଲ ଶର୍ମା, ଅନୁ ଚୌଧୁରୀ, ତନିକେଲା ଭରାନି ପ୍ରମୁଖ ଅଭିନୟ କରିଥିଲେ।
Audio Generated by Notebook LM
Background Music by Marouane Nachid from Pixabay (https://pixabay.com/users/marouane_nachid-49681322)
Видео Life Imprisonment for Punjilal Meher (ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ପୁଞ୍ଜିଲାଲକୁ ଆଜୀବନ ଜେଲ୍) канала Full Politics

Full Politics ଫୁଲ୍ ପଲିଟିକ୍ସ ଓଡ଼ିଶା ରାଜନୀତି ରାଜନୈତିକ ପଡ଼କାଷ୍ଟ Fully Political Podcast Podcast Odia Podcast AI Podcast Odisha Podcast News NotebookLM AI Podcast in Odia Odia AI Podcast Life Imprisonment for Punjilal Meher (ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ପୁଞ୍ଜିଲାଲକୁ ଆଜୀବନ ଜେଲ୍) ପୁଞ୍ଜିଲାଲ ମହେରକୁ ଫାଶୀ ପାଟଣାଗଡ଼ ବୋମା ବିସ୍ଫୋରଣ Life Imprisonment to Punjilal Meher
Комментарии отсутствуют
Информация о видео
28 мая 2025 г. 21:44:21
00:05:49
Другие видео канала